fbpx

ଏହି ସବୁ ସମସ୍ୟା ପାଇଁ ମେଡିକାଲରେ ଭର୍ତ୍ତି ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ, ଜାଣନ୍ତୁ ସ୍ୱାସ୍ଥ୍ୟାବସ୍ଥା ନେଇ କ’ଣ କହିଲେ ଡାକ୍ତର ?

ନୂଆଦିଲ୍ଲୀ: ଜ୍ୱର ଏବଂ ଛାତିରେ ଇନଫେକ୍ସନର ଚିକିତ୍ସା ପାଇଁ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ମହାରାଷ୍ଟ୍ରର ପୁଣେ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି । ୮୯ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତିଙ୍କୁ ବୁଧବାର ଭାରତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, “୮୯ ବର୍ଷୀୟ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେ ଜ୍ୱର ଏବଂ ଛାତି ସଂକ୍ରମଣରେ ଅଭିଯୋଗ କରିଥିଲେ । ସେ ସୁସ୍ଥ ଅଛନ୍ତି ଏବଂ ଚିକିତ୍ସିତ ହେଉଛନ୍ତି । ଡାକ୍ତରଙ୍କ କଡା ନଜରରେ ରହିଛି ।’

ତେବେ ପ୍ରତିଭା ପାଟିଲ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ହୋଇଥିଲେ । ସେ ୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ ।

Get real time updates directly on you device, subscribe now.