fbpx

ଆଜି ପୁଣି ରାଜ୍ୟରେ ୪୮ କରୋନା ରୋଗୀଙ୍କ ମୃତ୍ୟୁ

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବୌଦ୍ଧ, ବରଗଡ଼ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.