fbpx

ରାଜ୍ୟରେ କରୋନାରେ ଆଜି ଗଡ଼ିଲା ୪ଟି ମୁଣ୍ଡ: ଚିହ୍ନଟ ହେଲେ ୪୪୪୫ ପଜିଟିଭ୍

ଭୁବନେଶ୍ୱର, ୧୯ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୪୪୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭୧ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୨ ଜଣ ଏବଂ ଝାରସୁଗୁଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୭୦୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୬ ହଜାର ୧୩୪ ରହିଥିବା ବେଳେ ୨୪ ହଜାର ୫୬୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.