fbpx

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ଗଠନ ହେଲା ଦୁଇ ଜଣିଆ ଟିମ୍, ୪ ଜଣଙ୍କୁ ଜେରା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରୋଷଘର ଚୁଲି ଭାଙ୍ଗିବା ଘଟଣାର ଆରମ୍ଭ ହୋଇଛି ତଦନ୍ତ ପ୍ରକ୍ରିୟା । ଏହି ଅଭାବନୀୟ ଘଟଣାର ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ କରାଯାଇ ପ୍ରାଥମିକ ପର୍ଯ୍ୟାୟରେ ୪ ଜଣଙ୍କୁ ଜେରା କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଓ ନୀତି ପ୍ରଶାସକଙ୍କୁ ନେଇ ତଦନ୍ତ ଆରମ୍ଭ କରାଯାଇଛି । ଧୋପଖାଳ, ପାଇକ, ଦ୍ୱାରପାଳିଆ ଓ ଅଙ୍ଗାରିଆ ସେବାୟତଙ୍କୁ ଜେରା କରୁଛି ତଦନ୍ତକାରୀ ଟିମ୍ ।

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରୋଷଘରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ଶ୍ରୀମନ୍ଦିର ରୋଷଘରେ ୪୦ଟି ଚୁଲି ଭାଙ୍ଗିରୁଜି ଯାଇଥିଲା । କିଏ ଓ କାହିଁକି ଏହି ଚୁଲାଗୁଡ଼ିକୁ ଭାଙ୍ଗିଲା ସେନେଇ କିଛି ସ୍ପଷ୍ଟ ଭାବେ ଜଣାପଡ଼ି ନଥିଲା । ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା ।

Get real time updates directly on you device, subscribe now.