ରାଜ୍ୟରେ ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର,୨ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସହ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟରେ ୧୪ ଜୀବନ ନେଇଛି କରୋନା । ରାୟଗଡା ଜିଲ୍ଲାରୁ ସର୍ବାଧିକ ୪, କେନ୍ଦୁଝରରୁ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହିତ ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଦେବଗଡ, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୬୮କୁ ବୃଦ୍ଧି ପାଇଛି ।

ତେବେ ଆଜି ରାଜ୍ୟରେ ୮ ହଜାର ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪,୫୬୮ ଓ ଲୋକାଲରୁ ୩,୪୪୭ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ୪ ଲକ୍ଷ ୬୨ ହଜାର ୬୨୨କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୯, ୪୫୩ ଜଣ ଆକ୍ଟିଭ ରହିଛନ୍ତି ଓ ୩ ଲକ୍ଷ ୯୧ ହଜାର ୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।