fbpx

ମେ ୧୫ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର, ୧୦ା୪ (ଓଡିଶା ଭାସ୍କର): ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗାମୀ ମେ ୨୯ ତାରିଖ ଦିନ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନରେ ସରକାରଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମେ ୧୫ ରୁ ୨୫ ପର୍ୟ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ପତ୍ର ଲେଖି ଜଣାଇଛନ୍ତି ।

ଏହି ଆଧାରରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ୟ୍ୟକାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ୟ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସବିଶେଷ ଅବଗତ କରିବେ । ଏହା ସହିତ ୫ଟି ଓ ମୋ ସରକାର କାର୍ୟ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ୟ୍ୟକାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ୟ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରାଇବେ ।

Get real time updates directly on you device, subscribe now.