fbpx

ଷ୍ଟେଜରେ ଭଜନ ଗାଉଥିବା ବେଳେ ଟଳି ପଡ଼ିଲେ ADM, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଷ୍ଟେଜରେ ଭଜନ ଗାଉଥିବା ବେଳେ ଟଳିପଡ଼ିଲେ ଗତପତିର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ । ଏହା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଏହା ପରେ ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

ସୂଚନାରୁ ପ୍ରକାଶ ପାରଳାଖେମୁଣ୍ଡିରେ ଏକ ନୈଶ୍ୟ ଭୋଜିରେ ଗଜପତିର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ ଯୋଗ ଦେଇଥିଲେ । ଷ୍ଟେଜ ଉପରେ ଭଜନ ପ୍ରଭୁ ଜଗନ୍ନାଥଙ୍କ ଭଜନ ଗାଉଥିବା ସମୟରେ ହଠାତ ଅସୁସ୍ଥ ହୋଇ ଟଳି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ଏମକେସିଜେ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ମାତ୍ର ସେଠରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପ୍ରାଥମିକ ତଦନ୍ତରୁ ହୃତଘାତରେ ମୃତୁ୍ୟ ହୋଇଥିବା ଜଣାପଡ଼ିଛି । ଶବ ବ୍ୟବଚ୍ଛେଦ ସରିଥିବାବେଳେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି । ତାଙ୍କର ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ବୀରେନ୍ଦ୍ର ଦାସ ଜଣେ ନିଷ୍ଠାପର ଓ ଦାୟିତ୍ୱ ସମ୍ପନ୍ନ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ । ଏହା ସହ ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁ ମହଲରେ ପ୍ରଶଂସାର ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Get real time updates directly on you device, subscribe now.