fbpx

ଏଥର ବର୍ଷାରେ ଭିଜିବେ ଗଣପତି ବାପା : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ । ଆଜି ଗଣପତି ବାପା ବର୍ଷାରେ ଭିଜିବେ । ଗଣେଶ ପୂଜାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ‌ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲରେ ପ୍ରବଳ ବର୍ଷା ହେବର ସମ୍ଭାବନା ଅଛି ବୋଲି ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ମିଳିଛି ।

୨୦ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ଏହାର ପ୍ରଭାବରେ କେନ୍ଦୁଝର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡଘଡି ମାରିବାର ସମ୍ଭାବନା ଅଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୧ ତାରିଖରେ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷିବାର ସମ୍ଭାବନା ରାହିଛି। ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏନେଇ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ବହୁ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବ ।

Get real time updates directly on you device, subscribe now.