fbpx
BJD SKY
BJD SKY

CMC ନିର୍ବାଚନ: ଗିରିବାଳା ବେହେରାଙ୍କୁ ମେୟର ପ୍ରାର୍ଥୀ କଲା କଂଗ୍ରେସ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନ ପରେ ଏବେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ପୌର ନିର୍ବାଚନ । ତେବେ ଆଜିଠାରୁ ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି । ମହାନଗର ନଗମ, ପୌରପାଳିକା, ଏନଏସିର ମେୟର, ପୌରାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ । ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ସ୍ଥାନୀୟ ଏଡିଏମଙ୍କ ଅଫିସରେ ପ୍ରାର୍ଥୀପତ୍ର ଦାଖଲ ହେବ ।

ତେବେ ଗିରିବାଳା ବେହେରାଙ୍କୁ କଂଗ୍ରେସ କଟକ ମ୍ୟୁନିସିପାଲିଟି କର୍ପୋରେସନ (ସିଏମସି) ମେୟର ପ୍ରାର୍ଥୀ ଭାବେ ଉପସ୍ଥାପିତ କରିଛି । ପୌର ନିର୍ବାଚନ ନେଇ ଅନୁଷ୍ଠିତ ବୈଠକରେ ଏହି ଘୋଷଣା କରାଯାଇଛି । ଦୁଇଦିନ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ପ୍ରାର୍ଥୀ ଚୟନ କରାଯିବ । ପ୍ରଦେଶ କଂଗ୍ରେସ କମିଟି (ପିସିସି) କାର୍ଯ୍ୟକାରୀ ସଭାପତି ଚିରଞ୍ଜିବୀ ବିଶ୍ୱାଳ ଏ ସଂପର୍କରେ ସୂଚନା ଦେଇଛନ୍ତି । କଟକର ୫୬ଟି କର୍ପୋରେଟର ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଛି । ମେୟର ପ୍ରାର୍ଥୀ ଭାବେ କଂଗ୍ରେସ ସଭାନେତ୍ରୀ ଗିରିବାଳାଙ୍କ ନାମ ସବୁଠାରୁ ଆଗରେ ରହିଥିଲା ।

Get real time updates directly on you device, subscribe now.