ଏତେ ଶସ୍ତା ହୋଇଛି ସୁନା, ଶୀଘ୍ର କିଣନ୍ତୁ, ନହେଲେ ପରେ କହିବେ କାହିଁକି ଏ ଭୁଲ କରିଦେଲି…
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧,୬୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ହଜାର ୧୫୦ ଟଙ୍କା ରହିଛି ।
ଓଡ଼ିଶା ଭାସ୍କର: ଆଜି ସୁନା-ରୂପା ଦର ସ୍ଥିର ରହିଛି । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା 1,01,610ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର 93,140 ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା1,01,610ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର 93,140 ଟଙ୍କାକୁ ପହଞ୍ଚିଛି ।
ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୬୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୧,୭୭୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୧,୬୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ହଜାର ୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୧,୬୨୦ ଓ ୯୩ ହଜାର ୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୦,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।