fbpx

ଆଜି ପୁଣି ଶସ୍ତା ହୋଇଗଲା ସୁନା: ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସୁନା-ରୂପା ଦର ପ୍ରତିଦିନ ବଦଳିଥାଏ । କେଉଁଦିନ ରେଟ୍ ବଢ଼ିଯାଉଛି ତ ଆଉ କେଉଁଦିନ କମିଯାଉଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୧୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦ ହଜାର ୪୦୦ ଟଙ୍କା ଥିବା ଜଣାଯାଇଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୫ ,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୬,୧୯୦ଟଙ୍କା ଓ ୫୦,୩୯୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୯୦ ଟଙ୍କା ଓ ୫୦ ହଜାର ୩୯୦ ଟଙ୍କା ରହିଛି ।

 

Get real time updates directly on you device, subscribe now.