fbpx

ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ କେତେ ଅଛି ରେଟ୍

ଭୁବନେଶ୍ଵର : ଭୁବନେଶ୍ୱରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୮୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୪୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୪୮୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୮୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୪୮୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୨,୯୩୦ ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦର ମହଙ୍ଗା ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୪ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୦୦ ଓ ୧ କେଜି ପିଛା ୯୩,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Get real time updates directly on you device, subscribe now.