fbpx

ଭୋଟିଂ ମଧ୍ୟରେ ଭୁବନେଶ୍ୱରରେ କମିଲା ସୁନା ଦର : ଜାଣନ୍ତୁ କେତେ ଅଛି ରେଟ୍

ଭୁବନେଶ୍ୱର : ଗୋଟିଏ ପଟେ ଭୋଟିଂ ଚାଲିଥିବା ବେଳେ ଅନ୍ୟପଟେ ଆଜି ସୁନା ଦର ଟିକେ ହ୍ରାସ ପାଇଛି । ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୪୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୯୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୫୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୬୪୦ ଟଙ୍କା ଓ ୭୨,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୦୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୧୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୩,୪୦୦ ଟଙ୍କା ହୋଇଛି ।

Get real time updates directly on you device, subscribe now.