fbpx
BJD
BJD SKY
BJD SKY

ପୁଣି କମିଲା ସୁନା ଦର; ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ଯଦି ଆପଣ ସୁନା ଓ ରୂପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଖୁସି ଖବର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୫୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦,୮୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ହୋଇଛି। ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବଢ଼ି ୫୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି ।

Get real time updates directly on you device, subscribe now.