ସୁନା ଦର ବୃଦ୍ଧିରେ ଲାଗିଲା ବ୍ରେକ: ଜାଣନ୍ତୁ ଭରି ପିଛା କେତେ ଅଛି ମୂଲ୍ୟ

ସପ୍ତାହ ଶେଷରେ ସୁନା ଦରକୁ ନେଇ ଆସିଲା ଖୁସି ଖବର। ସୁନା ଦର ବୃଦ୍ଧିରେ ଲାଗିଲା ବ୍ରେକ। ଲଗାତାର ଭରି ପିଛା ମୂଲ୍ୟରେ ବୃଦ୍ଧି ପାଉଥିବା ବେଳେ ଆଜି ୨୭ ଏପ୍ରିଲ ୨୦୨୫ ରବିବାର ଉଭୟ ୨୨ କ୍ୟାରେଟ ଓ ୨୪ କ୍ୟାରେଟରେ ଦରରେ ଭରିପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ସେପଟେ ବୁଲିଅନ ବଜାରର ଶୁକ୍ରବାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଉପରେ ରହିଛି।

୧୪ କ୍ୟାରେଟ ସୁନା ଭରି ପିଛା ୬୧୬୮୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୭୪୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୩୩୪୦ ଟଙ୍କାରେ ବ୍ୟବସାୟ କରିଛି। ୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୫୧୧୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୫୬୩୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।

ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ରବିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଫଳରେ ୨୨ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ୯୦୦୨୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଲକ୍ଷେ ପାଖାପାଖି ପହଞ୍ଚିଛି।

୨୪ କ୍ୟାରେଟ ସୁଦ୍ଧ ସୁନା ଭରି ପିଛା ମୂଲ୍ୟ ୯୮୨୧୦ ଟଙ୍କାରେ ବ୍ୟବସାୟ ଆରମ୍ଭ କରିଛି। ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୦୦୨୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ସୁନା ୯୮୨୧୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।

ମିସ କଲ କରି ଜାଣିପାରିବେ ସୁନାରୂପା ଦର ୨୨ କ୍ୟାରେଟ୍ ଏବଂ ୧୮ କ୍ୟାରେଟ୍ ସୁନା ଅଳଙ୍କାରର ଖୁଚୁରା ଦର ଜାଣିବା ପାଇଁ, ଆପଣ 8955664433 ରେ ଏକ ମିସ୍ କଲ୍ ଦେଇପାରିବେ। ମିସ କଲ ଦେବାର ଅଳ୍ପ ସମୟ ମଧ୍ୟରେ SMS ମାଧ୍ୟମରେ ଆପଣ ଦର ଜାଣିପାରିବେ। ଏହା ସହିତ ଆପଣ କ୍ରମାଗତ ଭାବେ ସୁନାଦର ଜାଣିବା ପାଇଁ www.ibja.co କିମ୍ବା ibjarates.com ସାଇଟକୁ ଭିଜିଟ କରି ଜାଣିପାରିବେ।