ନୂଆଦିଲ୍ଲୀ : ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଆଜି ଖସିଲା ରେଟ୍। ସୁନା ଦରରେ ବୃହସ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ସପ୍ତାହ ଆରମ୍ଭରେ ଗ୍ରାହକଙ୍କ ପାଇଁ ଏକ ବଡ଼ ଭେଟି କହିଲେ ଅତୃକ୍ତି ହେବ ନାହିଁ। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର ?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ଲେଖାଏଁ କମିଛି।
ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୮୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ଖସିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୮୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି।
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୮,୪୧୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍-ରେ ୧୦ , ୨୪ କ୍ୟାରେଟ୍ ରେ ୧୦ ଓ ୧୮ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।