fbpx

ବିବାହ ଋତୁରେ ଗ୍ରାହକଙ୍କ ପାଇଁ ଖୁସିଖବର : କମିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ ପିଛା କେତେ ରହିଛି ରେଟ୍

ନୂଆଦିଲ୍ଲୀ : ସୁନା କିଣିବାକୁ ଭାବୁଛନ୍ତି କିମ୍ବା ଯୋଜନା କରିଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଖୁସି ଖବର । ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୭,୮୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୩୫୦ ଟଙ୍କା ହ୍ରାସ ପାଇଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୩,୯୭୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୭୮୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୯୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୪୮ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୭୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୯୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୪୮ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୮୪୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୪୬୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୯୭ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୭୯୫ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୪୧୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୬୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୭୮୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୯୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୪୮ ଟଙ୍କା ରହିଛି।

Get real time updates directly on you device, subscribe now.