fbpx

ଖୁସି ଖବର: କାଲି ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା

ଭୁବନେଶ୍ୱର,୧୩ ।୫(ଓଡିଶା ଭାସ୍କର): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ଚାଷୀଙ୍କୁ ମିଳିବ ‘କାଳିଆ’ ଟଙ୍କା । କାଲି ଅପରାହ୍ନ ୫ଟାରେ ଚାଷୀମାନଙ୍କୁ ‘କାଳିଆ’ ଯୋଜନାରେ ସହାୟତା ରାଶି ଯୋଗାଇ ଦିଆଯିବ । ଚାଷୀମାନଙ୍କୁ ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ଉତ୍କଳ ଦିବସରେ ରାଜ୍ୟ ସରକାର ୩୪ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ପଠାଇଥିଲେ । ନୂଆ ଆର୍ଥିକ ବର୍ଷରେ ରବି ଋତୁ ପାଇଁ ସରକାର ୬୯୪ କୋଟି ଟଙ୍କା ଦେଇଥିଲେ । ପ୍ରତି ଚାଷୀଙ୍କ ଆକାଂଉଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଥିଲା । କାର୍ଯ୍ୟକ୍ରମକୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ , ନୂଆ ଆର୍ଥିକ ବର୍ଷ ଆରମ୍ଭ ହୋଇଛି । ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ।’

Get real time updates directly on you device, subscribe now.