fbpx

ବିବାହ ଋତୁରେ ଖୁସିଖବର ! ଶସ୍ତା ହେଲା ସୁନା ଦର, ଜାଣନ୍ତୁ କେତେ

ନୂଆଦିଲ୍ଲୀ: ବିବାହ ଋତୁରେ ଆସିଛି ଖୁସିଖବର । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବା ବେଳେ ଆଜି ସୁନା ଦାମରେ ପରିବର୍ତ୍ତନ ରହିଛି । ଆଜି କମିଛି ସୁନା ଦର ।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୨୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୨୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୦୦୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୨୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୦୦୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୬ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୮୮ ଗ୍ରାମ ୧୦୦ପିଛା ୮,୬୦୦ ଓ ୧ କେଜି ପିଛା ୮୬,୦୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Get real time updates directly on you device, subscribe now.