fbpx

୨ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର, ଦେଖନ୍ତୁ ଭିଡ଼ିଓ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ମାଡ଼ିଚାଲିଥିବା ବେଳେ ଆଜି ଓଡ଼ିଶାରୁ ପୁଣି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୨ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ସ୍ପଷ୍ଟ କରିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି ଯେ, ‘ଆକ୍ରାନ୍ତ ୨ ଜଣ ନାବାଳିକା । ଜଣଙ୍କ ବୟସ ୧୧ ହୋଇଥିବା ବେଳେ ଆଉ ଜଣଙ୍କ ବୟସ ୧୫ ବର୍ଷ । ୧୩ ତାରିଖରେ ବାପାମାଆଙ୍କ ସହ ୨ ଝିଅ ନାଇଜେରିଆରୁ ଫେରିଥିଲେ । ବାପା,ମାଆ ଓ ଡ୍ରାଇଭରଙ୍କ ରିପୋର୍ଟ ନେଗେଟିଭ ଆସିଥିବା ବେଳେ ୨ ଝିଅଙ୍କ ନମୂନା ଓମିକ୍ରନ ପଜିଟିଭ ଆସିଛି ।’ ଉଭୟ ଭୁବେନଶ୍ୱରର ଘରୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ତେବେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପୂର୍ବରୁ ମଧ୍ୟ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେମାନଙ୍କ ଭିତରୁ ଜଣେ ନାଇଜେରିଆ ଓ ଆଉଜଣେ କାତାରରୁ ଓଡ଼ିଶାକୁ ଫେରିଥିବା କୁହାଯାଇଥିଲା। ଜିନମ୍ ସିକ୍ବେନ୍ସିଂ ପରେ ଚିହ୍ନଟ ହୋଇଥିଲେ। ସେ ଦୁଇ ଜଣଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଅଛି। ଏମାନଙ୍କ ଭିତରୁ ଜଣେ କଟକର ଓ ଆଉଜଣେ ଖୋର୍ଦ୍ଧାର ବୋଲି ସୂଚନା ଦେଇଥିଲେ ଆଇଏଲଏସ୍ ନିର୍ଦେଶକ ଅଜୟ ପରିଡ଼ା।

Get real time updates directly on you device, subscribe now.