fbpx
BJD SKY
BJD SKY

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ଶେଷ ସୁଦ୍ଧା ମିଳିବ ୨୦ ପ୍ରତିଶତ ବକେୟା ଅର୍ଥ, ଉପକୃତ ହେବେ ୪ ଲକ୍ଷ କର୍ମଚାରୀ

BJD

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି । ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ । ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି । ଏହି ନିଷ୍ପତି ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍‌ ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନର ସୁାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତି ହୋଇଥିଲା । ଏହି ନିଷ୍ପତି ଅନୁଯାୟୀ ୨୦୧୭- ୧୮ରେ ୪୦ ପ୍ରତିଶତ, ୨୦୧୯- ୨୦ରେ ୧୦ ପ୍ରତିଶତ ଓ ୨୦୨୧- ୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା । ପୂର୍ବରୁ ପେନ୍ସନଭୋଗୀ ମାନେସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି ।

Get real time updates directly on you device, subscribe now.