fbpx

ପୁଣି ଏକ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି, ଉପକୃତ ହେବେ ୧୦ ହଜାର କର୍ମୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ନିକଟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଅଧିନରେ କାର୍ଯ୍ୟରତ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଥିବା ବେଳେ ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଏକ ବଡ଼ ଘୋଷଣା କରିଛନ୍ତି । ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି କରାଯାଇଛି । ପୂର୍ବରୁ ସେମାନେ ଦୈନିକ ୩୦୦ ଟଙ୍କା ପାଉଥିବା ବେଳେ ଏବେ ତାହା ୪୦୦ ଟଙ୍କା କରାଯାଇଛି । ଯାତାୟତ ଖର୍ଚ୍ଚ ଅତିରିକ୍ତ ୧୦୦ ଟଙ୍କା ବୃଦ୍ଧି କରାଯିବା ସହିତ ସମୁଦାୟ ଦୈନିକ ପାରିଶ୍ରମିକ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଫଳରେ ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ ।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀମାନଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ‘ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ୱ ଓ ସ୍ୱଚ୍ଛତା ସମିତି’ରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା – ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା କରି ସ୍ୱଚ୍ଛତା ରକ୍ଷା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା’ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।

Get real time updates directly on you device, subscribe now.