fbpx

ଶରୀରକୁ ଉଭୟ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରଖିଥାଏ ଅଙ୍ଗୁର

ଶରୀରକୁ ଉଭୟ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରଖିବାରେ ଅଙ୍ଗୁରର ଭୂମିକା ବହୁ ଗୁରୁତ୍ୱପୂର୍ଣ୍ଣ । ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ରକ୍ତଚାପକୁ ସନ୍ତୁଳିତ ରଖିଥାଏ ।

କେବଳ ସେତିକି ନୁହେଁ, ଏଥିରେ ଆହୁରି ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି । ବିଶେଷଭାବରେ ଅଙ୍ଗୁରରେ ଭିଟାମିନ୍‌-ସି ଥିବାରୁ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିଥାଏ ।

ଏଥିଯୋଗୁଁ ଶରୀର ବାହ୍ୟ ସଂକ୍ରମଣରୁ କେତେକାଂଶରେ ରକ୍ଷା ପାଇଥାଏ । ତେଣୁ ଜଣେ ବ୍ଲଡ୍‌ପ୍ରେସର ସମସ୍ୟା ସହଜ ଜଡ଼ିତ ବ୍ୟକ୍ତି ଏହାକୁ ନିଜ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିପାରିବେ ।

କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣାରୁ ନିକଟରେ ଜଣାପଡ଼ିଛି ଯେ, ଏଥିରେ ଥିବା ଉପକାରୀ ତତ୍ତ୍ୱ କ୍ୟାନ୍‌ସର ଆକ୍ରାନ୍ତ କୋଷ(ସେଲ୍‌)ଗୁଡ଼ିକୁ ବୃଦ୍ଧି କରିବାକୁ ଦେଇ ନ ଥାଏ । ଏଥିରେ ଫାଇବର୍‌ ମଧ୍ୟ ରହିଛି, ଯାହା କୋଲେଷ୍ଟରଲ୍‌ର ମାତ୍ରାକୁ ସନ୍ତୁଳିତ ରଖେ। ଅଙ୍ଗୁରରେ ଭିଟାମିନ୍‌-କେ, କ୍ୟାଲସିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ୍‌ ଥିବାରୁ ଏହା ଅସ୍ଥି ଓ ମଜ୍ଜାକୁ ଶକ୍ତ ରଖିଥାଏ ।

Get real time updates directly on you device, subscribe now.