fbpx

ରାଜ୍ୟରେ ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ପାଇଁ ରାଜ୍ୟରେ କଟକଣା ଜାରି ହୋଇଛି । କଟକଣା ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି । ଏଣିକି ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ଲାଗି କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯାଇଛି । ଉଭୟ ରାଜ୍ୟରୁ ଫେରିଥିଲେ ୧୪ ଦିନିଆ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ ବୋଲି କୁହାଯାଇଛି । ୪୮ ଘଣ୍ଟା ପୂର୍ବରୁ ଆରଟିପିସିଆର ନେଗେଟିଭ ରିପୋର୍ଟ ଥିଲେ ୭ ଦିନ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି । କଟକଣା କଡାକଡି କରିବା ପାଇଁ ୬ ସୀମାବର୍ତ୍ତୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.