fbpx

ଗଭୀର ଅବପାତରେ ପରିଣତ ହେଲା ‘ଗୁଲାବ’, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶଶ ଭାସ୍କର): ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ‘ଗୁଲାବ’ । ଗତ ୬ ଘଣ୍ଟା ହେଲା ଘଣ୍ଟାକୁ ୧୪ କିମି ବେଗରେ ‘ଗୁଲାବ’ ଗତି କରୁଛି । ଗୋପାଳପୁରରୁ ୨୨୦ କିମି ଦୂରରେ ରହିଛି ‘ଗୁଲାବ’ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ବର୍ଷା ହୋଇଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ନୂଆପଡ଼ା, ବଲାଙ୍ଗିର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.