Breaking: ନିଜ ଦେହରେ ଡିଜେଲ ଢାଳି ନିଆଁ ଲଗାଇଦେଲେ ନାବାଳକ, ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ପୁରୀଘାଟ ଥାନା ମଠ ସାହିରେ ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ।

ଭୁବନେଶ୍ବର: କଟକରେ ଅଭାବନୀୟ ଘଟଣା । ନିଜକୁ ନିଜେ ଜାଳିଦେଲେ ନାବାଳକ । ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଇଥିବା ସୂଚନା ରହିଛି ।

ସୂଚନା ଅନୁସାରେ, ପୁରୀଘାଟ ଥାନା ମଠ ସାହିରେ ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ହୋଇଥିବା ବେଳେ ତାଙ୍କର ବୟସ 17 ବର୍ଷ ବୋଲି କୁହାଯାଉଛି ।

ମୃତକ ଜଣକ ପଶ୍ଚିମବଙ୍ଗରୁ ଆସି ମଠ ସାହିରେ ଭଡ଼ାରେ ରହୁଥିଲେ । ତେବେ କେଉଁ କାରଣରୁ ଏଭଳି କାଣ୍ଡ ଭିଆଇଲେ ତାହାର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ତାଙ୍କର ମାନସିକ ଅବସ୍ଥା ଠିକ୍ ନଥିଲା । ପୂର୍ବରୁ ସେ ଯୋଜନା ଭାବେ ଆତ୍ମହତ୍ୟା କରିବା ପାଇଁ ନିଷ୍ପତ୍ତି ନେଇ ଏଭଳି କରିଥିବା କୁହାଯାଉଛି ।