fbpx

ଆଜି,କାଲି ୮ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର):ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଜାରି ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଜୁନ ୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ରୁ ୧୮ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏତଦ ବ୍ୟତୀତ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Get real time updates directly on you device, subscribe now.