fbpx

HSRP ମାମଲା: ସମୟସୀମା ବୃଦ୍ଧି ହୋଇପାରିବ କି, ପରିବହନ ବିଭାଗକୁ ଜବାବ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୨୦୧୯ ମସିହା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ପ୍ଲେଟ (ଏଚଏସଆରପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଥିଲେ । ଅକ୍ଟୋବର ୧ ତାରିଖ ଠାରୁ ଏହାର ଯାଞ୍ଚ କରାଯାଇ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଥିଲା । ତେବେ ଟାଇମଲାଇନ ମଧ୍ୟରେ ବୁକିଂ କରିଥିଲେ ରିହାତି ମିଳିବ ବୋଲି ଗତ ୨୬ ତାରିଖରେ ପରିବହନ ବିଭାଗ ପକ୍ଷରୁ କୁହାଯାଇଥିଲା । ଯେଉଁମାନେ ଅନଲାଇନ୍ ବୁକିଂ କରିବା ସହ ସ୍ଲିପ ପାଖରେ ରଖିଥିବେ ସେମାନେ ଚେକିଂରୁ ରକ୍ଷା ପାଇପାରିବେ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

ତେବେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ପ୍ରସଙ୍ଗରେ ରାଜ୍ୟ ପରିବହନ ବିଭାଗକୁ ଜବାବ ମାଗିଛନ୍ତି ହାଇକୋର୍ଟ । ନମ୍ବର ପ୍ଲେଟ ସମୟସୀମା ବୃଦ୍ଧି କରିହେବ କି ନାହିଁ ତାହା ଜଣାଇବ ବିଭାଗ । କୌଣସି ଭିତ୍ତିଭୂମି ନଥାଇ ଡେଡଲାଇନ କାହିଁକି ରଖାଗଲା ସେନେଇ ହାଇକୋର୍ଟ ପ୍ରଶ୍ନ କରିଛନ୍ତି । ଯାନଗୁଡ଼ିକରେ ନମ୍ବର ପ୍ଲେଟ ଲଗାଇବାକୁ ନେଇ ଦୁଇଜଣ ବସ୍ ମାଲିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏବେ ପରିବହନ ବିଭାଗ ଏହି ମାମଲାରେ ହାଇକୋର୍ଟଙ୍କ ନିକଟରେ ନିଜର ଜବାବ ଦାଖଲ କରିବ ।

ଯେଉଁ ଗାଡ଼ିର ରେଜିଷ୍ଟ୍ରେସନ ମାର୍କ ଓ ରେଜିଷ୍ଟ୍ରେସନ ନମ୍ବର ୧ ଓ ୨ରେ ଶେଷ ହେଉଥିବ ସେଥିରେ ସେପ୍ଟେମ୍ବର ୩୦ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲାଗିବ । ଯେଉଁ ଗାଡ଼ିର ନମ୍ବର ନମ୍ବର ୩ ଓ ୪ ରେ ଶେଷ ହେଉଥିବ ସେଥିରେ ସେପ୍ଟେମ୍ବର ୩୦ ମଧ୍ୟରେ, ଯେଉଁ ଗାଡ଼ିର ନମ୍ବର ୫ ଓ ୬ରେ ଶେଷ ହେଉଥିବ ସେଥିରେ ଅକ୍ଟୋବର ୩୧ ମଧ୍ୟରେ, ଯେଉଁ ଗାଡ଼ିର ନମ୍ବର ୭ ଓ ୮ ମଧ୍ୟରେ ଶେଷ ହେଉଥିବ ସେଥିରେ ନଭେମ୍ବର ୩୦ ମଧ୍ୟରେ, ଯେଉଁ ଗାଡ଼ିର ନମ୍ବର ୯ ଓ ୦ରେ ଶେଷ ହେଉଥିବ ସେଥିରେ ଡିସେମ୍ବର ୩୧ ମଧ୍ୟରେ ଏଚଏସଆରପି ନମ୍ବର ପ୍ଲେଟ୍ ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି ।

Get real time updates directly on you device, subscribe now.