fbpx
BJD SKY
BJD SKY

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବଡ଼ ଘୋଷଣା: ମାଗଣା ଚିକିତ୍ସା ପାଇବେ ନିର୍ବାଚନ ଡ୍ୟୁଟିରେ ନିୟୋଜିତ ହେବାକୁ ଥିବା ସମସ୍ତ କର୍ମଚାରୀ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଗକୁ ଆସୁଛି ରାଜ୍ୟ ବିଧାନସଭା ଓ ଲୋକସଭା ନିର୍ବାଚନ । ନିର୍ବାଚନ ପାଇଁ ଆଉ କିଛି ମାସ ବାକି ଥିବାବେଳେ ସେନେଇ ଏବେ ଠାରୁ ଭାରତୀୟ ନିର୍ବାଚନ କମିଶନଙ୍କ ତରଫରୁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହା ମଧ୍ୟରେ ଗତ ୧୫ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିଥିଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀ କୁମାର ଇଭିଏମର ସ୍ଥିତି ଓ ବୁଥ ସ୍ତରୀୟ ସମୀକ୍ଷା କରିବେ ।

ତେବେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ନିର୍ବାଚନ ଡ୍ୟୁଟିରେ ନିୟୋଜିତ ହେବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ମାଗଣା ତଥା ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଅଧିନରେ ଅନୁବନ୍ଧିତ ହୋଇଥିବା ସମସ୍ତ ଘରୋଇ ହସ୍ପିଟାଲମାନଙ୍କରେ ଏହି ଚିକିତ୍ସା ଦେବା ଯୋଗାଇ ଦିଆଯିବ ।

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପର୍ଯ୍ୟବେକ୍ଷକ, ପୋଲିସ କର୍ମଚାରୀ ଓ ପୋଲିଂ କର୍ମଚାରୀ ଆଦି ସମସ୍ତଙ୍କୁ ଏହି ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯିବ । ଏ ବାବଦରେ ହସ୍ପିଟାଲଗୁଡ଼ିକ ନିର୍ଦ୍ଧାରିତ ମୂଲ୍ୟ ଅନୁସାରେ ବିଲ୍ ପାଇଁ ସ୍ୱାସ୍ଥ୍ୟ ବିଭାଗ ନିକଟରେ ଆବେଦନ କରିପାରିବେ । ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।

Get real time updates directly on you device, subscribe now.