fbpx
BSKY SKY
BSKY SKY

(ଭିଡ଼ିଓ) ପୁଣି ବଢ଼ିଲା ଓଡ଼ିଶାର ଚିନ୍ତା; ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ କରୋନା ପଜିଟିଭ

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନ ସହି ଓମିକ୍ରନ ଭାରିଆଣ୍ଟ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । କାଲି ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ଟ୍ୱିଟରେ କହିଛନ୍ତି । ତେବେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏବେ ସଙ୍ଗରୋଧରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇନେବାକୁ ସେ ପରାମର୍ଶ ନେଇଛନ୍ତି । ୩ ଦିନ ଭିତରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଟେଷ୍ଟ କରନ୍ତୁ ବୋଲି ସେ କହିଛନ୍ତି ।

ତେବେ ରାଜ୍ୟରେ ଆଜି ୨୭୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୭୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୦୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୨ ହଜାର ୪୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୭୧୮ ରହିଥିବା ବେଳେ ୮ ହଜାର ୨୩୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.