fbpx

BIG BREAKING: ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ବର୍ତ୍ତମାନ ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ ନିରଞ୍ଜନ ଓ ଅର୍ଥମନ୍ତ୍ରୀ ଥିବା ବେଳେ ବର୍ତ୍ତମାନ ସ୍ୱାସ୍ଥ୍ୟବିଭାଗର ମଧ୍ୟ ଦାୟିତ୍ୱ ତୁଲାଇବେ । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ସୁପାରିଶ ପରେ ଦାୟିତ୍ୱ ଦେଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହାଫଳରେ ନିରଞ୍ଜନ ପୂଜାରୀ ବର୍ତ୍ତମାନ ରାଜ୍ୟର ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଛନ୍ତି ।

ତେବେ ଗତକାଲି ବ୍ରଜରାଜନଗରର ଗାନ୍ଧିଛକ ନିକଟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ହୋଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀଙ୍କୁ ଗୁଳିମାଡ କରିଥିବାବେଳେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଯାହାଫଳରେ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।

ଅନ୍ୟପକ୍ଷେ ନବ ଦାସଙ୍କୁ ଗୁଳିମାଡ ଘଟଣାର କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ । ଫଳରେ ଗତକାଲି ରାତିରେ ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ପାଖାପାଖି ୨ ଘଂଟା ଜେରା କରିଛି । ଏଥିସହିତ ବିରୋଧୀ ଦଳ ମଧ୍ୟ ସରକାରଙ୍କୁ ଟାର୍ଗେଟ୍ କରିବା ସହ ମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ପ୍ରଶ୍ନ ଉଠାଇଛନ୍ତି ।

Get real time updates directly on you device, subscribe now.