fbpx

ସବୁ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ରହିବ ବର୍ନ ୟୁନିଟ: ସ୍ୱାସ୍ଥ୍ୟମନ୍ତ୍ରୀ

ବ୍ରହ୍ମପୁର, ୧୦ା୨(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସ୍ଥିତ ଗୋଳନ୍ଥରାର ମେଣ୍ଡରାଜପୁର ଗ୍ରାମରେ ବସ୍ ପୋଡ଼ି ୧୦ଜଣଙ୍କର ମୃତ୍ୟୁ ହେବା ପରେ ସଜାଗ ହୋଇଛି ସ୍ୱାସ୍ଥ୍ୟ ବିଭାଗ । ଏଣିକି ସବୁ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ରହିବ ବର୍ନ ୟୁନିଟ । ଏନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବର୍ନ ୟୁନିଟ ନାହିଁ । ଏଥିପାଇଁ ଗତକାଲି ରୋଗୀଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

ଉଲ୍ଲେଖଯୋଗ୍ୟ ଯେ ଗତକାଲି ବ୍ରହ୍ମପୁର ସ୍ଥିତ ଗୋଳନ୍ଥରାର ମେଣ୍ଡରାଜପୁର ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା । ସେଠାରେ ଏକ ବସରେ ଭୟାବହ ଅଗ୍ନିକାଣ୍ଡ ଘଟିିଥିଲା । ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସିଲକ ସିଟି ବସ୍ ଜଳିଯାଇଥଲା । ସେଥିରେ ବାହାଘର ନିର୍ବନ୍ଧ ପାଇଁ ୪୩ ଜଣ ଯାଉଥିଲେ । ସେମାନଙ୍କ ମଧ୍ୟରୁ ୧୦ଜଣଙ୍କର ମୃତ୍ୟୁ ହୋଇଥିଲା ।

Get real time updates directly on you device, subscribe now.