fbpx
BSKY
BJD MC SKY
BJD MS SKY

ଗଞ୍ଜାମ ଜିଲ୍ଲାର ସମସ୍ତ ଲୋକଙ୍କ ହେବ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ, ୮ା୪(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲାର ସମସ୍ତ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହେବ । ଘର ଘର ବୁଲି ଡାକ୍ତରମାନେ ଚିକିତ୍ସା କରିବେ । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ । କରୋନା ସତର୍କତା ଦୃଷ୍ଟିରୁ ଏହିପରି ପଦକ୍ଷେପ ନିଆଯାଇଥିବା ନେଇ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୩୮ଟି ଆକ୍ଟିଭ୍ କେସ୍ ରହିଛି ।

Get real time updates directly on you device, subscribe now.