fbpx

ଶେଷ ହେଲା ରତ୍ନ ଭଣ୍ଡାର ସମ୍ପର୍କିତ ରିଟ୍ ଆବେଦନର ଶୁଣାଣି, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ: ହାଇକେର୍ଟରେ ପ୍ରାୟ ଦେଢ଼ ଘଣ୍ଟା ଧରି ରତ୍ନ ଭଣ୍ଡାର ସମ୍ପର୍କିତ ରିଟ୍ ଆବେଦନର ଶୁଣାଣି ହୋଇଥିଲା। ଏହି ସମୟ ମଧ୍ୟରେ ରତ୍ନ ଭଣ୍ଡାର ଖୋଲାଯିବା ଓ ମରାମତି ଆବଶ୍ୟକ ନେଇ ଆବେଦନକାରୀଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ପର୍ଯ୍ୟାପ୍ତ ଯୁକ୍ତି ଦର୍ଶାଇଥିଲେ। ସେହିପରି ସରକାରୀ ଓକିଲ ମଧ୍ୟ ତାଙ୍କର ଯୁକ୍ତି ଦର୍ଶାଇଥିଲେ କି ରତ୍ନଭଣ୍ଡାର ଅଳଙ୍କାରର ସ୍ଥିତି ଓ ମରାମତିର ବର୍ତ୍ତମାନ ସ୍ଥିତି ବିଷୟରେ ମଧ୍ୟ କୋର୍ଟକୁ ଜଣାଇଥିଲେ। ଉଭୟ ପକ୍ଷଙ୍କ ଶୁଣିବା ପରେ ଏବେ ଏହି ରିଟ୍ ଆବେଦନର ଶୁଣାଣି ଶେଷ ହୋଇଛି। ଏହା ପରେ ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ଏନେଇ ସୂଚନା ଦେଇଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।

Get real time updates directly on you device, subscribe now.