ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମାତ୍ରା ବୃଦ୍ଧି ପାଉଥିବାରୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଚଳିତବର୍ଷର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ାରେ ଗତକାଲି ୪୧ ଦଶମିକ ୪ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିଲା ।
ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ତାପମାତ୍ରା ପ୍ରାୟ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ଥିଲା । ରାଜ୍ୟର ୧୫ଟି ସହରର ତାପମାତ୍ରା ୩୯ ଡିଗ୍ରୀରୁ ଊଦ୍ଧ୍ୱର୍ ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ]
ସୂଚନା ଅନୁସାରେ ଆଜି କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ମୟୂୟଭଞ୍ଜ, କେନ୍ଦୁଝର ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ଅଧିକ ହେବ ।