fbpx

ଆହୁରି ୫ ଦିନ କଲବଲ କରିବ ତାତି, ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

Advertisement

ଭୁବନେଶ୍ୱର: ତାତି ଆହୁରି ୫ ଦିନ ଯାଏ ଲାଗି ରହିବ। ତାପମାତ୍ରାରେ ସେପରି କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାତି ଅଧିକ ରହିବ। ୪୨ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରହିବାର ସମ୍ଭାବନା ରହିଛି। ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ବଜ୍ରପାତ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ତେବେ ଅନ୍ୟ କେତେକ ଜିଲ୍ଲାକୁ ଘଡ଼ଘଡ଼ି ସହିତ ବର୍ଷା ଏବଂ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଅନୁରୂପ ସତର୍କ ସୂଚନା ଜାରି କରାଯାଇଛି । ଏହି ୫ ଦିନ ପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲା ଏହି ତାଲିକାରେ ରହିଛି । ସେହିପରି ୨୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ବର୍ଷା ଓ ବଜ୍ରପାତରେ କୌଣସି କ୍ଷୟକ୍ଷତି ହେଲେ ଏସଆରସି କାର୍ଯ୍ୟାଳୟକୁ ସୂଚନା ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.