fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା,୧୮ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରୀ

Advertisement

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନରେ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆସନ୍ତା ପାଞ୍ଚ ଦିନ ଧରି ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରି ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.