fbpx

ସାବଧାନ୍! ୫ ଜିିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ କାଚିବ

ଭୁବନେଶ୍ୱର,୯ ।୮(ଓଡିଶା ଭାସ୍କର): ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୫ଟି ଜିଲ୍ଲା ହେଉଛି- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ।

ସେହିପରି ୧୧ ତାରିଖ ଦିନ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୭ଟି ଜିଲ୍ଲା ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡା ଓ ବଲାଙ୍ଗିର । ଏହି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ ହୋଇଛି ।

Get real time updates directly on you device, subscribe now.