fbpx

୭ ଜିଲ୍ଲାରେ ପ୍ରବଳ ବର୍ଷିବ, ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଦିଆଯାଇଛି । କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ପରିପ୍ରେକ୍ଷୀରେ ୧୭ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୭ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ଦିନ ଯାଏଁ ବର୍ଷା ଲାଗି ରହିବ । ଏବେ ଲଘୁଚାପ ଆନ୍ଧ୍ରର ଉତ୍ତର ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ୨୦ ତାରିଖରେ ବର୍ଷାର ପରିମାଣ କମିବ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସ ।

Get real time updates directly on you device, subscribe now.