fbpx

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ସମ୍ଭାବ୍ୟ ଲଘୁଚାପ ବର୍ଷା ଦୃଷ୍ଟିରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପାହାଡ଼ିଆ ଅଞ୍ଚଳରେ ବନ୍ୟା ଓ ଭୂସ୍ଖଳନ ଆଶଙ୍କା ରହିଛି । ଉପକୂଳ ଅଞ୍ଚଳରେ ଦୁର୍ବଳ ନଦୀବନ୍ଧ ଉପରେ ବି ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡ୍ରାଫ ଓ ଅଗ୍ନିଶମ ବିଭାଗକୁ ସତର୍କ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ମତ୍ସ୍ୟଜୀବୀଙ୍କ ପ୍ରତି ସତର୍କତା କଡ଼ାକଡ଼ି କାର୍ଯ୍ୟକାରୀ ପାଇଁ ଚିଠି ଲେଖିଛନ୍ତି ଏସଆରସି ।


ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ତେଣୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏହାସହ ୧୦ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ବୌଦ୍ଧ, ଜଗତସିଂହପୁର, କଟକ ଓ ଅନୁଗୁଳ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.