fbpx

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି!

ଭୁବନେଶ୍ୱର, ୮ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଛି । କିନ୍ତୁ ଆଜିଠାରୁ ୫ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୯ ଓ ୧୦ ତାରିଖରେ ରାଜ୍ୟର ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି ।

ସେହିପରି ୧୦ ଓ ୧୧ ସେପ୍ଟେମ୍ବରରେ ରାଜ୍ୟର ୧୧ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଓ ୧୨ ତାରିଖରେ ମଧ୍ୟ ରାଜ୍ୟର ୧୧ଜିଲ୍ଲାକୁ ସତର୍କ କରାଯାଇଛି । ୧୨ ଓ ୧୩ରେ ୩ଜିଲ୍ଲା ତଥା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.