ଭୁବନେଶ୍ୱର : ରାଜ୍ୟରେ ଅଦିନିଆ ବର୍ଷା ଲାଗି ରହିଛି । କେଉଁଠି କୁଆପଥର ବର୍ଷ ତ କେଉଁଠି ପବନ ବର୍ଷା ହେଉଥିବାର ଦେଖିବା ପାଇଁ ମିଳୁଛି। ଆଜି ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ ଆଜି ଜିଲ୍ଲାରେ ପ୍ରବଳ ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଯେଉଁଥି ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନାୟଗଡ଼, ଖୋର୍ଦ୍ଧା, ପୁରୀ,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଆଜି ଦିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଗି ସମୟରେ ପବନର ବେଗ ୩୦ ରୁ ୪୦ କିମି ରହିବ ଯେଉଁଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ହୋଇଥିଲା । ଅନ୍ୟପକ୍ଷରେ ଅଦିନିଆ ବର୍ଷା ପାଇଁ ଅମଳ ବର୍ଷା ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଖରିଫ ଧାନସଂଗ୍ରହ ପ୍ରକ୍ରିୟା ଜାରି ରହିଥିବାବେଳେ ଅଦିନିଆ ବର୍ଷା ବିଭିନ୍ନ ଜିଲ୍ଲାମାନଙ୍କରେ ମଧ୍ୟ ଜାରି ରହିଛି ।