ଆହୁରି 5 ଦିନ କନ୍ଦାଇବ ବର୍ଷା; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ହାଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହାଇ ଆଲର୍ଟ ଜାରି କଲ ପାଣିପାଗ ବିଭାଗ ।
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି। ଏହାର ପ୍ରଭାବରେ 10 ତାରିଖ ଯାଏ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ତେବେ ଆଜି ମଧ୍ୟ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜ ।
ଏହା ବ୍ୟତିତ ବର୍ଷା ନେଇ ଅନ୍ୟ ୨୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । କିଛି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଆଶଙ୍କା କରାଯାଇଛି ।
ଆସନ୍ତାକାଲି ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବ:
ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ସହ ଗଞ୍ଜାମ, ଗଜପତି କେନ୍ଦୁଝର, ସୁନ୍ଦରଗଡ ଓ ମୟୂରଭଞ୍ଜ ପରି 5 ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।