fbpx
BJD SKY
BJD SKY

ଆସୁଛି ଲଘୁଚାପ ପ୍ରବଳ ବର୍ଷିବ, ବିଭିନ୍ନ ଜିଲ୍ଲାକୁ ଆର୍ଲଟ ଜାରି

BJD

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) : ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ବଳୟ ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୪ ତାରିଖରୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୬ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ନେଇ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପରବର୍ତ୍ତୀ ପର୍ଯ୍ୟାୟରେ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ଦିଆଯାଇଛି । ଏହି ବର୍ଷା ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ସୃଷ୍ଟି କରିବାର ସମ୍ଭାବନା ଦେଖାଦେଇଛି ।

ବିଶେଷ କରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏଥିସହ ମୌସୁମୀ ମଧ୍ୟ ସକ୍ରିୟ ହେବାର ଆଶା କରାଯାଉଛି । ଏହା ଚାଷୀମାନଙ୍କ ପାଇଁ ବେଶ୍‌ ଲାଭଦାୟକ ହେବ ବୋଲି କୁହାଯାଉଛି । ଦୀର୍ଘ ଦିନ ହେବ ଚାଷୀମାନେ ଜମିରେ ବିହନ ବୁଣି ବର୍ଷାକୁ ଅନାଇ ରହିଥିବାବେଳେ ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି । କେତେକ ଜାଗାରେ ଜମି ଫାଟି ଆଁ କରିଥିବାବେଳେ ଆଉ କେତେକ ସ୍ଥାନରେ ଧାନଗଛ ପୋଡ଼ିଯାଇଥିବା ଦେଖିବାକୁ ମିଳିଛି । ଜୁନ୍‌ ମାସରେ ନିଅଣ୍ଟିଆ ବର୍ଷା ହୋଇଛି । ଜୁନ୍‌ରେ ମାତ୍ର ୧୩୧ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ଓ ଏନେଇ ପାଣିାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.