fbpx

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ମଧ୍ୟ ପାଗ କୋହଲା ରହିବା ସହିତ ଅଳ୍ପ ବର୍ଷା ହୋଇଛି । ଆସନ୍ତାକାଲିଠାରୁ ବର୍ଷା ବଢ଼ିବ ଓ ଏହାର ପ୍ରଭାବ ଉପକୂଳରେ ଅଧିକ ରହିବ । ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.