ପାଣିପାଗ ବିଭାଗ ଦେଲା ସତର୍କ ସୂଚନା, ୪୮ ଘଣ୍ଟା ଯାଏଁ ନିସ୍ତାର ନାହିଁ, ପ୍ରବଳ ବର୍ଷିବ, ୬ ତାରିଖ ଯାଏଁ ଲାଗି ରହିବ ବର୍ଷା

୪୮ ଘଣ୍ଟା ଯାଏଁ ଆଲର୍ଟ ଜାରି।

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର୍‌ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସେପ୍ଟେମ୍ୱର ୨ ତାରିଖ ଉତ୍ତର-ପଶ୍ଚିମ ବଙ୍ଗୋପସ‌ାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି।

ଆଜି ଲଘୁଚାପ କ୍ଷେତ୍ର ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଏହାସହ ଲଘୁଚାପ ପ୍ରଭାବରେ ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ୪୮ ଘଣ୍ଟା ପାଇଁ ଏହିସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ବି ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ପୁରା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରିରହିବ।