ଲଘୁଚାପ ପ୍ରଭାବରେ ୫ ଦିନ ଯାଏଁ ପ୍ରବଳ ବର୍ଷା, ଏହିସବୁ ଜିଲ୍ଲାକୁ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର
ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ।
ଭୁବନେଶ୍ୱର: ବର୍ଷାରୁ ନିସ୍ତାର ନାହିଁ। ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଯେହେତୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାକି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟାରେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବ।
ତେଣୁ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବର୍ଷାକୁ ନଜରରେ ରଖି ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ। ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ ମଧ୍ୟ କରାଯାଇଛି।