fbpx

ପାଣିପାଗ ବିଭାଗର ସୂଚନା ଆହୁରି ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଏହି ବର୍ଷା ଆହୁରି ଦୁଇଦିନ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା
ଦିଆଯାଇଛି। ଏପରିକି ମଙ୍ଗଳବାର ଓ ବୁଧବାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ମଙ୍ଗଳବାର ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷାର ଆକଳନ କରାଯାଇଛି। ଏହିସବୁ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମଙ୍ଗଳବାର ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାର ସେହିସବୁ ଜିଲ୍ଲାପାଇଁ ୟେଲୋ ଆଲର୍ଟ ଦିଆଯାଇଛି ।

ସେହିପରି ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.