fbpx

୩୧ ତାରିଖରୁ ପ୍ରବଳ ବର୍ଷିବ: ରାଜ୍ୟରେ ଆଗକୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ରାଜ୍ୟରେ ଏବେ ବି ସକ୍ରିୟ ରହିଛି ମୌସୂମୀ । ଏହାସହିତ ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ରହିଛି । ଯାହା ପ୍ରଭାବରେ ଆଗାମୀ ଦିନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଶଙ୍କା କରାଯାଉଛି । ତେବେ ଏହି ସବୁ ଫଳରେ ଆଗାମୀ କିଛି ଦିନରେ ସାରା ରାଜ୍ୟରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ । ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଅଧିକ ବର୍ଷାର ପ୍ରକୋପ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷାର ପ୍ରକୋପ ଖୁବ ଅଧିକ ରହିବ ବୋଲି ଜାଣିବାକୁ ମିଳିଛି । ତେବେ ୩୧ ତାରିଖରୁ ରାଜ୍ୟର ଅଧିକାଂଶ ଅଞ୍ଚଳର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଜୁଲାଇ ୩୧ ତାରିଖରୁ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.