fbpx

ଆଜିଠାରୁ ପ୍ରବଳ ବର୍ଷା : ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହୋଇପାରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଦୁର୍ବଳ ହେଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧.୧ ମିମି ବର୍ଷା ହେଉଥିବାର ରେକର୍ଡ କରାଯାଇଛି । ବର୍ଷା ୧.୧ ମିମି ତୁଳନାରେ ୯୦% କମ୍ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରହିଛି । ଏହି ଘୂର୍ଣ୍ଣିବଳୟର ପ୍ରଭାବ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପୂର୍ବାନୁମାନ କରି କୁହାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ,ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୫ ତାରିଖରେ ମାଲକାନଗିରି , କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ, ଆଦି କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଥିବା ବେଳେ, ୬ ତାରିଖରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିଭଳି ଗଜପତି, ଗଞ୍ଜାମ, ରାୟଗଡା, ବଲାଙ୍ଗୀର, ବରଗଡ, ବୌଦ୍ଧ, ମୟୁରଭଞ୍ଜ, ବାଲେଶ୍ୱର ଓ ଅନୁଗୁଳ ଆଦି ଜିଲ୍ଲାର କେତେକ ଅଂଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଗୁଆ ସୂଚନା ମିଳିଛି । ଆସନ୍ତାକାଲି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ମଧ୍ୟମ ଧରଣର ବର୍ଷା ହେବ ।

Get real time updates directly on you device, subscribe now.